Biblia Todo Logo
Bib sou entènèt

- Piblisite -




୧ ଯୋହନ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆମ୍ଭେମାନେ ତାହାଙ୍କଠାରେ ଯେଉଁ ସମ୍ଵାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ଵର ଜ୍ୟୋତିଃ ସ୍ଵରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଈଶ୍ୱରଙ୍କ ପୁତ୍ର ଯୀଶୁଠାରୁ ଆମେ ଯେଉଁବାର୍ତ୍ତା ଶୁଣି ଘୋଷଣା କରୁଛୁ, ତାହା ହେଉଛି: ଈଶ୍ୱର ଆଲୋକ- ତାଙ୍କଠାରେ ବିନ୍ଦୁ ମାତ୍ର ଅନ୍ଧକାର ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ଆମ୍ଭେ ପରମେଶ୍ୱରଙ୍କଠାରୁ ଯେଉଁ ସତ୍ୟଶିକ୍ଷା ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ କହୁଅଛୁ। ପରମେଶ୍ୱର ଜ୍ୟୋତିଃସ୍ୱରୂପ। ଆଉ ତାହାଙ୍କଠାରେ ଆଦୌ ଅନ୍ଧକାର ନାହିଁ।

Gade chapit la Kopi




୧ ଯୋହନ 1:5
19 Referans Kwoze  

ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।


ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।


ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି?


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।


ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।


ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।


କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;


କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,


ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ।


ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।


ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।


ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,


Swiv nou:

Piblisite


Piblisite