Biblia Todo Logo
Bib sou entènèt

- Piblisite -




୧ ଯୋହନ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପିଲାମାନେ! ଏପତ୍ର ତୁମ୍ଭମାନଙ୍କୁ ମୁଁ ଏପତ୍ର ଲେଖଚଛି, କାରରଣ ଖ୍ରୀଷ୍ଟଙ୍କ ନାମ ଲାଗି ତୁମ୍ଭମାନଙ୍କ ପାପ କ୍ଷମା ହୋଇଛି।

Gade chapit la Kopi

ପବିତ୍ର ବାଇବଲ

12 ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ୱାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।

Gade chapit la Kopi




୧ ଯୋହନ 2:12
22 Referans Kwoze  

ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।


ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,


ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।


ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ।


ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।


କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।


ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।


ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।


ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।”


ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।


“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା।


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।


ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର।


ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।


Swiv nou:

Piblisite


Piblisite