Biblia Todo Logo
Bib sou entènèt

- Piblisite -




୧ ଯୋହନ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସଂସାର କିଅବା ସେଥିରେ ଥିବା ବିଷୟସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;

Gade chapit la Kopi

ଓଡିଆ ବାଇବେଲ

15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏହି ଜଗତ କିମ୍ବା ତାହାର କୌଣସି ବିଷୟ ପ୍ରତି ଆସକ୍ତ ହୁଅ ନାହିଁ। ତୁମେ ଯଦି ଜଗତ ପ୍ରତି ଆସକ୍ତ, ପରମ ପିତାଙ୍କ ପ୍ରତି ତୁମର ପ୍ରେମ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ ସଂସାରକୁ ବା ସେଥିରେ ଥିବା ବିଷୟ ଗୁଡ଼ିକୁ ଭଲ ପାଅ ନାହିଁ। ଯଦି କେହି ସଂସାରକୁ ଭଲ ପାଏ, ତେବେ ପିତାଙ୍କ ପ୍ରେମ ତାହାଠାରେ ନାହିଁ।

Gade chapit la Kopi




୧ ଯୋହନ 2:15
15 Referans Kwoze  

ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ବରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।


ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।


କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”


ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।


କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?


କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।


ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ।


ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।


ଅର୍ଥାତ୍‍ ଯେଉଁ ଜଗତ୍‍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।


ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


Swiv nou:

Piblisite


Piblisite