Biblia Todo Logo
Bib sou entènèt

- Piblisite -




୧ ଯୋହନ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ଵରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଲୋକେ ଜଗତ ଓ ତା’ର ଯେଉଁ ସମସ୍ତ ବିଷୟ କାମନା କରନ୍ତି, ସେ ସବୁର ବିଲୟଘଟେ, କିନ୍ତୁ ଯେ କେହି ଈଶ୍ୱରଙ୍କ ଇଚ୍ଛାସାଧନ କରେ, ସେ ହୁଏ ଅମର।

Gade chapit la Kopi

ପବିତ୍ର ବାଇବଲ

17 ସଂସାର କ୍ଷୟ ପାଉଅଛି। ଏଥିସହିତ ସଂସାରରେ ଥିବା ବିଷୟ ଗୁଡ଼ିକ ମଧ୍ୟ କ୍ଷୟ ପାଉଅଛି। ମାତ୍ର ଯେ କେହି ପରମେଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ଅନନ୍ତକାଳ ଜୀବିତ ହୋଇ ରହିବ।

Gade chapit la Kopi




୧ ଯୋହନ 2:17
28 Referans Kwoze  

ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”


ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛା କଅଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କଅଣ, ଏହା ପରୀକ୍ଷା କରି ଜାଣି ପାର, ଏଥିନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ।


ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।


ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।


ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।


ଯେ କେହି ଈଶ୍ବରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା।”


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।


ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।


କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।


ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃ-ପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ।”


ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।


କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।


ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ବରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।


କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।


Swiv nou:

Piblisite


Piblisite