Biblia Todo Logo
Bib sou entènèt

- Piblisite -




୧ ଯୋହନ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି ; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।

Gade chapit la Kopi

ଓଡିଆ ବାଇବେଲ

18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ପିଲାମାନେ! ଅନ୍ତିମ କାଳ ନିକଟବର୍ତ୍ତୀ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବବାର ସମୟ ହେଲାଣି ବୋଲି ଶୁଣିଛୁ: ଖ୍ରୀଷ୍ଟଙ୍କର ଅନେକ ଶତ୍ରୁ ଏବେ ଦେଖାଦେଲେଣି; ସତରାଂ ଅନ୍ତିମ କାଳ ନିକଟ ହେଲାଣି ବୋଲି ଆମେ କାଳ ନିକଟ ଲୋଣଇ ବୋଲି ଆମେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

18 ପିଲାମାନେ! ବର୍ତ୍ତମାନ ଶେଷକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସେହିପରି ଅନେକ ସଂଖ୍ୟାରେ ଖ୍ରୀଷ୍ଟ ବିରୋଧୀମାନେ ଦେଖା ଦେଲେଣି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତରେ ଶେଷ କାଳ ଆସି ପହଞ୍ଚିଛି।

Gade chapit la Kopi




୧ ଯୋହନ 2:18
24 Referans Kwoze  

ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।


କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।


ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।


ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।


ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,


ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।


ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


ଏହି ଶେଷକାଳରେ ତାହାଙ୍କ ପୁତ୍ରଙ୍କ ଦ୍ୱାରା ଆମ୍ଭମାନଙ୍କୁ କଥା କହିଅଛନ୍ତି; ସେ ସମସ୍ତ ବିଷୟର ଅଧିକାରୀ କରି ନିଯୁକ୍ତ କଲେ ଓ ତାହାଙ୍କ ଦ୍ୱାରା ମଧ୍ୟ ସମସ୍ତ ବିଶ୍ୱ ସୃଷ୍ଟି କଲେ;


ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ।


ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।


ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।


ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,


Swiv nou:

Piblisite


Piblisite