Biblia Todo Logo
Bib sou entènèt

- Piblisite -




୧ ଯୋହନ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସତ୍ୟ ଜାଣି ନ ଥିବାରୁ ଯେ ତୁମ୍ଭମାନଙ୍କୁ ଏପତ୍ର ଲେଖୁଛି- ସତ୍ୟରୁ କୌଣସି ମିଥ୍ୟାର ଉତ୍ପତ୍ତି ହୋଇପାରେ ନାହିଁ ବୋଲି ଜାଣିଛ।

Gade chapit la Kopi

ପବିତ୍ର ବାଇବଲ

21 ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ’ଣ? ତୁମ୍ଭେ ସତ୍ୟକୁ ଜାଣି ନାହଁ ବୋଲି କ’ଣ ମୁଁ ଏହା ଲେଖୁଛି? ନା, ତୁମ୍ଭେ ଏହି ସତ୍ୟ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ୟ ଜାଣିଛ ସତ୍ୟରୁ କେବେ ହେଲେ କୌଣସି ମିଥ୍ୟା ଉତ୍ପନ୍ନ ହୁଏ ନାହିଁ।

Gade chapit la Kopi




୧ ଯୋହନ 2:21
9 Referans Kwoze  

ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।


ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।


ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,


Swiv nou:

Piblisite


Piblisite