Biblia Todo Logo
Bib sou entènèt

- Piblisite -




୧ ଯୋହନ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଖ୍ରୀଷ୍ଟାରି।

Gade chapit la Kopi

ଓଡିଆ ବାଇବେଲ

22 ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ତେବେ ମିଥ୍ୟାବାଦୀ କିଏ? ଯୀଶୁଙ୍କୁ ତ୍ରାଣକର୍ତ୍ତା ଖ୍ରୀଷ୍ଟ ବୋଲି ଯେ ସ୍ୱୀକାର କରେ ନାହିଁ, ସେ ମିଥ୍ୟାବାଦୀ। ପୁଣି ସେ ଖ୍ରୀଷ୍ଟଙ୍କ ଶତ୍ରୁ -ପିତା ଈଶ୍ୱବର ଓ ତାଙ୍କ ପୁତ୍ର ଯୀଶୁ, ଉଭୟଙ୍କୁ ସେ ପ୍ରତ୍ୟାଖ୍ୟାନ କରେ।

Gade chapit la Kopi

ପବିତ୍ର ବାଇବଲ

22 ତେବେ ମିଥ୍ୟାବାଦୀ କିଏ? ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ଅସ୍ୱୀକାର କରେ, ସେ ହେଉଛି ମିଥ୍ୟାବାଦୀ। ସେ ଖ୍ରୀଷ୍ଟଙ୍କର ଶତ୍ରୁ। ସେ ପରମ ପିତା ଓ ପୁତ୍ର ଦୁହିଁଙ୍କୁ ଅସ୍ୱୀକାର କରେ।

Gade chapit la Kopi




୧ ଯୋହନ 2:22
14 Referans Kwoze  

କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।


ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।


ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।


ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।


ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।


ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।


ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


Swiv nou:

Piblisite


Piblisite