Biblia Todo Logo
Bib sou entènèt

- Piblisite -




୧ ଯୋହନ 2:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେକେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ,, ଏହା ମଧ୍ୟ ଜାଣ।

Gade chapit la Kopi

ଓଡିଆ ବାଇବେଲ

29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ |

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ତୁମ୍ଭେମାନେ ଜାଣ, ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନ୍ୟାୟବାନ। ତେଣୁ ଏହି ମଧ୍ୟ ଜାଣି ରଖିବା ଉଚିତ ଯେ, ଯେଉଁମାନେ ସତ୍କର୍ମ କରନ୍ତୁ, ସେମାନେ ହିଁ ଈଶ୍ୱରଙ୍କ ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ

29 ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ୟ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ୟକ୍ତି ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି।

Gade chapit la Kopi




୧ ଯୋହନ 2:29
28 Referans Kwoze  

ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;


ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।


ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ-ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।


ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।


କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି।


ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ପ୍ରିୟ ବନ୍ଧୁ, ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ। ଯେ ସତ୍କର୍ମ କରେ, ସେ ଈଶ୍ବରଙ୍କଠାରୁ ଜାତ; ଯେ ଦୁଷ୍କର୍ମ କରେ, ସେ ଈଶ୍ବରଙ୍କୁ ଦର୍ଶନ କରି ନାହିଁ।


ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।


ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।


ହେ ମୋହର ବତ୍ସଗଣ, ତୁମ୍ଭେମାନେ ଯେପରି ପାପ ନ କର, ଏଥିନିମନ୍ତେ ମୁଁ ଏହିସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।


ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା।


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?


ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କୁ ଅସ୍ୱୀକାର କଲେ, ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ, ଏହା ଆପଣ ପୀଲାତଙ୍କ ନିକଟରେ ପ୍ରାର୍ଥନା କଲେ,


ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ।


Swiv nou:

Piblisite


Piblisite