Biblia Todo Logo
Bib sou entènèt

- Piblisite -




୧ ଯୋହନ 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ଵରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,

Gade chapit la Kopi

ଓଡିଆ ବାଇବେଲ

21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ତେଣୁ ଯଦି ନିଚ ବିବେକ ଆମକୁ ଦେଷୀ କରେ ନାହିଁ, ଈଶ୍ୱରଙ୍କ ସାନ୍ନିଧ୍ୟରେ ଆମେ ସତ୍ସାହାସୀ ହୋଇ ପାରିବା।

Gade chapit la Kopi

ପବିତ୍ର ବାଇବଲ

21 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି।

Gade chapit la Kopi




୧ ଯୋହନ 3:21
17 Referans Kwoze  

ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।


ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।


ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।


ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।


ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;


କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।


କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।


ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।


ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।


ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ।


ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।


ହେ ପ୍ରିୟମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ଲେଖୁ ନାହିଁ, ମାତ୍ର ଆରମ୍ଭରୁ ଯେଉଁ ପୁରାତନ ଆଜ୍ଞା ତୁମ୍ଭେମାନେ ପାଇଅଛ, ତାହା ଲେଖୁଅଛି; ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ପୁରାତନ ଆଜ୍ଞା।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।


Swiv nou:

Piblisite


Piblisite