Biblia Todo Logo
Bib sou entènèt

- Piblisite -




୧ ଯୋହନ 3:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ,।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ପୁଣି ତାଙ୍କୁ ଯାହା ମଗିବ, ସେ ତାହା ଦାନ କରିବେ, କାରଣ ଆମେ ତାଙ୍କ ଆଜ୍ଞାନୁବର୍ତ୍ତୀ; ଆମ୍ଭମାନଙ୍କ କାର୍ଯ୍ୟରେ ତାଙ୍କୁ ପ୍ରୀତ କରିଛୁ।

Gade chapit la Kopi

ପବିତ୍ର ବାଇବଲ

22 ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସେହି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।

Gade chapit la Kopi




୧ ଯୋହନ 3:22
37 Referans Kwoze  

ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।


ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।


ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”


ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।


ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।


ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।


ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।


ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।


ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।”


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।


ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ୱାସ କରିବା ହିଁ ଈଶ୍ବରଙ୍କ କାର୍ଯ୍ୟ ଅଟେ।”


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।


ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;


ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।


ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;


ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।


କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।


ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।


ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।


Swiv nou:

Piblisite


Piblisite