Biblia Todo Logo
Bib sou entènèt

- Piblisite -




୧ ଯୋହନ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।

Gade chapit la Kopi

ଓଡିଆ ବାଇବେଲ

5 ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଭଣ୍ଡ ଭାବବାଦୀମାନେ ସାଂସାରିକ କଥା କହି ବୁଲୁଛନ୍ତି ଏବଂ ସାଂସାରିକ ଲୋକମାନେ ସେମାନଙ୍କ କଥା ଶୁଣୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ସେହି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସେମାନଙ୍କର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସେମାନଙ୍କ କଥା ଶୁଣେ।

Gade chapit la Kopi




୧ ଯୋହନ 4:5
15 Referans Kwoze  

ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।”


ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି।


ମୁଁ ଯେପରି ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେପରି ଜଗତରୁ ଉତ୍ପନ୍ନ ନୁହଁନ୍ତି।


ଯେ ଊର୍ଦ୍ଧ୍ୱରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ; ଯେ ପୃଥିବୀରୁ ଉତ୍ପନ୍ନ, ସେ ପାର୍ଥିବ, ଆଉ ସେ ପାର୍ଥିବ କଥା କହେ; ଯେ ସ୍ୱର୍ଗରୁ ଆଗମନ କରନ୍ତି, ସେ ସମସ୍ତଙ୍କଠାରୁ ଶ୍ରେଷ୍ଠ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।


ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।


Swiv nou:

Piblisite


Piblisite