Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ମନ୍ତ୍ରଣା ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।

Gade chapit la Kopi

ଓଡିଆ ବାଇବେଲ

12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ

12 ଏଣୁ ତୁମ୍ଭର ଓ ତୁମ୍ଭ ପୁତ୍ର ଶଲୋମନର ଜୀବନ ବିପଦପୂର୍ଣ୍ଣ। ତୁମ୍ଭେ ନିଜର ଓ ନିଜ ପୁତ୍ର ଶଲୋମନର ଜୀବନ କିପରି ରକ୍ଷା କରି ପାରିବ, ମୁଁ ତୁମ୍ଭକୁ ମନ୍ତ୍ରଣା ଦେବି।

Gade chapit la Kopi




1 ରାଜାବଳୀ 1:12
14 Referans Kwoze  

ପାଉଲ ଶତ-ସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।


ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’


ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।”


ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।


ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।


ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।


ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।


ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ।


ଏହି ଯିହୋରାମ୍‍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଠିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।


ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।


ନୋହିଲେ ମୋʼ ପ୍ରଭୁ ମହାରାଜ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲା ଉତ୍ତାରେ ମୁଁ ଓ ମୋʼ ପୁତ୍ର ଶଲୋମନ ଦୋଷୀ ଗଣିତ ହେବୁ।


ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍‍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍‍ର କନିଷ୍ଠ ପୁତ୍ର ଯୋଥମ୍‍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।


ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”


ତୁମ୍ଭେ ଦାଉଦ ରାଜାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ହେ ମୋହର ପ୍ରଭୋ, ମହାରାଜ, ଆପଣ କି ଶପଥ କରି ଆପଣା ଦାସୀକୁ କହି ନାହାନ୍ତି, ମୋʼ ଉତ୍ତାରେ ତୁମ୍ଭ ପୁତ୍ର ଶଲୋମନ ନିଶ୍ଚୟ ରାଜ୍ୟ କରିବ ଓ ସେ ମୋʼ ସିଂହାସନରେ ବସିବ? ତେବେ, କାହିଁକି ଅଦୋନୀୟ ରାଜା ହୋଇଅଛି?’


Swiv nou:

Piblisite


Piblisite