Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କାରଣ ସେ ଆଜି ଯାଇ ଅନେକ ବୃଷ ଓ ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବିୟାଥର ଯାଜକକୁ ନିମନ୍ତ୍ରଣ କରିଅଛି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନିୟ ରାଜା ଚିରଜୀବୀ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

25 କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବୀୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

25 କାରଣ ସେ ଆଜି ଯାଇ ଉପତ୍ୟକାରେ ଅନେକ ମେଷ, ବୃଷ ଓ ପୁଷ୍ଟ ପଶୁ ମାରି ସମସ୍ତ ରାଜପୁତ୍ରମାନଙ୍କୁ ଓ ସେନାପତିମାନଙ୍କୁ ଏବଂ ଅବିୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି। ସେମାନେ ଏକତ୍ରିତ ହୋଇ ଭୋଜନ ପାନ କରୁଛନ୍ତି ଓ କହୁଛନ୍ତି, ‘ରାଜା ଅଦୋନିୟ ଚିରଜୀବି ହୁଅନ୍ତୁ।’

Gade chapit la Kopi




1 ରାଜାବଳୀ 1:25
19 Referans Kwoze  

ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”


ଆଉ, ସେ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ମହାରାଜଙ୍କ ସମସ୍ତ ପୁତ୍ରଙ୍କୁ ଓ ଅବୀୟାଥର ଯାଜକଙ୍କୁ ଓ ଯୋୟାବ ସେନାପତିଙ୍କୁ ନିମନ୍ତ୍ରଣ କରିଅଛନ୍ତି; ମାତ୍ର, ଆପଣଙ୍କ ଦାସ ଶଲୋମନକୁ ନିମନ୍ତ୍ରଣ କରି ନାହିଁ।


ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ୱସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।


ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।


ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।


ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟ ପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।


ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।


ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।


ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”


ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।


ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ!”


ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’


ପୁଣି, ନାଥନ କହିଲେ, “ହେ ମୋହର ପ୍ରଭୋ ମହାରାଜ, ମୋʼ ଉତ୍ତାରେ ଅଦୋନୀୟ ରାଜ୍ୟ କରିବ ଓ ମୋʼ ସିଂହାସନରେ ବସିବ, ଏହା କଅଣ ଆପଣ କହିଅଛନ୍ତି?”


ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”


ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।


ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”


ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା।


Swiv nou:

Piblisite


Piblisite