Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖାଯାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜିଯାଏ କେବେ ଆସି ନାହିଁ କି ଦେଖା ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖା ଯାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ସେହି ଚନ୍ଦନ କାଠରେ ରାଜା ସଦାପ୍ରଭୁଙ୍କ ଗୃହର ଓ ରାଜ ଗୃହର ସ୍ତମ୍ଭ ଓ ଗାୟକମାନଙ୍କ ପାଇଁ ବୀଣା ଓ ବେହେଲା ନିର୍ମାଣ କଲେ। ଏ ପ୍ରକାର ଚନ୍ଦନ କାଠ କେହି କେବେ ପୂର୍ବରୁ ଇସ୍ରାଏଲକୁ ଆଣି ନ ଥିଲେ ଏବଂ ତା'ପରଠାରୁ କେହି ସେହିପରି ଚନ୍ଦନକାଠ ପୁନର୍ବାର ଦେଖି ନ ଥିଲେ।

Gade chapit la Kopi




1 ରାଜାବଳୀ 10:12
9 Referans Kwoze  

ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।


ଆଉ ହୂରମ୍‍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।


ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।


ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।


Swiv nou:

Piblisite


Piblisite