Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ।

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ଶଲୋମନ ତାହା ହିଁ ଅନୁସରଣ କଲେ। ସେ ନିଜ ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚା‌ଦ୍‌ଗାମୀ ହେଲେ ନାହିଁ।

Gade chapit la Kopi




1 ରାଜାବଳୀ 11:6
8 Referans Kwoze  

ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।


ଏହେତୁ ଆଜି ପର୍ଯ୍ୟନ୍ତ ହିବ୍ରୋଣ କନିସୀୟ ଯିଫୁନ୍ନିର ପୁତ୍ର କାଲେବଙ୍କର ଅଧିକାର ହୋଇଅଛି, ଯେହେତୁ ସେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନୁଗତ ହୋଇଥିଲେ।


ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।


ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।


ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;


ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।


ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।


ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।


Swiv nou:

Piblisite


Piblisite