Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ

Gade chapit la Kopi

ଓଡିଆ ବାଇବେଲ

9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ

Gade chapit la Kopi

ପବିତ୍ର ବାଇବଲ

9 ଶଲୋମନଙ୍କ ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା। ତେଣୁ ସଦାପ୍ରଭୁ ତାଙ୍କ ପ୍ରତି କ୍ରୋଧ ହେଲେ। ଅତୀତରେ ସେ ଶଲୋମନ ରାଜାଙ୍କୁ ଦୁଇଥର ଦର୍ଶନ ଦେଇଥିଲେ।

Gade chapit la Kopi




1 ରାଜାବଳୀ 11:9
20 Referans Kwoze  

ସଦାପ୍ରଭୁ ଯେପରି ଶଲୋମନଙ୍କୁ ଗିବୀୟୋନ୍‍ରେ ଦର୍ଶନ ଦେଇଥିଲେ, ସେପରି ଦ୍ୱିତୀୟ ଥର ତାଙ୍କୁ ଦର୍ଶନ ଦେଲେ।


ଗିବୀୟୋନ୍‍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”


ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।


ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।


ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।


କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋʼ ଉପରେ କ୍ରୋଧ କଲେ ଓ ମୋʼ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।


ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ।


ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।


ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।


ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।


ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।


ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।


ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


Swiv nou:

Piblisite


Piblisite