Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 12:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ୍ ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ-ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ-ବଂଶ ସହିତ ଯୁଦ୍ଧ ହେଲା।

Gade chapit la Kopi

ଓଡିଆ ବାଇବେଲ

21 ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ୍-ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ-ବଂଶ ସହିତ ଯୁଦ୍ଧ ହେଲା।

Gade chapit la Kopi

ପବିତ୍ର ବାଇବଲ

21 ରିହବିୟାମ ଯିରୁଶାଲମରେ ପହଞ୍ଚିଲେ ଓ ଯିହୁଦୀୟ ବିନ୍ୟାମୀନ ବଂଶକୁ ଏକତ୍ରିତ କଲେ। ସେ 180,000 ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ। ଶଲୋମନଙ୍କ ପୁତ୍ର ରିହବିୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା।

Gade chapit la Kopi




1 ରାଜାବଳୀ 12:21
8 Referans Kwoze  

ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”


ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।


ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।


ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।


ଏହି ରିହବୀୟାମ ଓ ଯାରବୀୟାମଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଥିଲା।


Swiv nou:

Piblisite


Piblisite