Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେତେବେଳେ ରାଜା ପରମେଶ୍ଵରଙ୍କ ଲୋକକୁ ଉତ୍ତର କରି କହିଲେ, ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ଵର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର। ତହିଁରେ ପରମେଶ୍ଵରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।

Gade chapit la Kopi

ଓଡିଆ ବାଇବେଲ

6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋ’ ପାଇଁ ପ୍ରାର୍ଥନା କର। ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ରାଜା ଯାରବିୟାମ ପରମେଶ୍ୱରଙ୍କ ଲୋକକୁ ନିବେଦନ କରି କହିଲେ, “ତୁମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ମୋରବାହୁର ଆରୋଗ୍ୟ ପାଇଁ ପ୍ରାର୍ଥନା କର।” ତେଣୁ ପରମେଶ୍ୱରଙ୍କ ଲୋକ ପ୍ରାର୍ଥନା କଲେ, ରାଜାଙ୍କର ପକ୍ଷାଘାତ ବାହୁ ଭଲ ହୋଇଗଲା।

Gade chapit la Kopi




1 ରାଜାବଳୀ 13:6
25 Referans Kwoze  

ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ।


ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”


ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”


ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”


ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।


ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”


ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।


ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ପୁଣି, ସିଦିକୀୟ ରାଜା ଶେଲିମୀୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇ କହିଲା, “ବିନୟ କରୁଅଛୁ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”


ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”


ତୁମ୍ଭମାନଙ୍କ ବାକ୍ୟାନୁସାରେ ଗୋମେଷାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ମଧ୍ୟ ଆଶୀର୍ବାଦ କର।”


ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।


ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ।


ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,


ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।’”


Swiv nou:

Piblisite


Piblisite