Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ଆପଣା ସଙ୍ଗେ ଦଶ ରୋଟୀ ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ନିଜ ସଙ୍ଗରେ ଦଶଗୋଟି ରୋଟୀ, କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ। ବାଳକର କ’ଣ ହେବ, ତାହା ସେ ତୁମ୍ଭକୁ ଜଣାଇବେ।”

Gade chapit la Kopi




1 ରାଜାବଳୀ 14:3
11 Referans Kwoze  

ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”


ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”


ତେଣୁ ସେହି ଭଉଣୀମାନେ ତାହାଙ୍କ ନିକଟକୁ କହି ପଠାଇଲେ, ପ୍ରଭୁ, ଦେଖନ୍ତୁ, ଯାହାକୁ ଆପଣ ସ୍ନେହ କରନ୍ତି, ସେ ପୀଡ଼ିତ ଅଛି।


ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”


ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।


ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”


ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।


Swiv nou:

Piblisite


Piblisite