Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଲ ଓ ଆମ୍ଭ ଲୋକ ଇସ୍ରାଏଲକୁ ପାପ କରାଇଲ ଓ ସେମାନଙ୍କ ପାପ ଦ୍ଵାରା ଆମ୍ଭକୁ ବିରକ୍ତ କଲ;

Gade chapit la Kopi

ଓଡିଆ ବାଇବେଲ

2 ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;

Gade chapit la Kopi

ପବିତ୍ର ବାଇବଲ

2 “ମୁଁ ତୁମ୍ଭକୁ ଧୂଳିରୁ ଉଠାଇ ଆଣି ମୋର ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲି। ମାତ୍ର ତୁମ୍ଭେ ଯାରବିୟାମଙ୍କ ପଥ ଅନୁସରଣ କଲ ଏବଂ ମୋର ଲୋକ ଇସ୍ରାଏଲୀୟମାନଙ୍କୁ ପାପ କରାଇଲ। ସେମାନଙ୍କ ପାପରେ ଆମ୍ଭେ କ୍ରୋଧିତ ହେଲୁ।

Gade chapit la Kopi




1 ରାଜାବଳୀ 16:2
16 Referans Kwoze  

ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।


ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,


ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।


ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।


ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”


ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’


ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଙ୍ଘନ କରାଉଅଛ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”


ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।


Swiv nou:

Piblisite


Piblisite