Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 17:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଯଥା, ତୁମ୍ଭେ ଏଠାରୁ ଯାଇ ପୂର୍ବଦିଗକୁ ଫେରି ଯର୍ଦ୍ଦନ-ସମ୍ମୁଖସ୍ଥ କରୀତ୍ ନଦୀ ନିକଟରେ ଆପଣାକୁ ଲୁଚାଅ।

Gade chapit la Kopi

ଓଡିଆ ବାଇବେଲ

3 ଯଥା, ତୁମ୍ଭେ ଏଠାରୁ ଯାଇ ପୂର୍ବଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।

Gade chapit la Kopi

ପବିତ୍ର ବାଇବଲ

3 “ତୁମ୍ଭେ ଏ ସ୍ଥାନ ଛାଡ଼ି ପୂର୍ବ ଦିଗକୁ ଯାଅ ଓ ଯର୍ଦ୍ଦନ ପୂର୍ବ ପାରିସ୍ଥ କରୀତ୍ ନଦୀ ନିକଟରେ ନିଜକୁ ଲୁଗ୍ଭଅ।

Gade chapit la Kopi




1 ରାଜାବଳୀ 17:3
12 Referans Kwoze  

ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷପକ୍ଷୀର ଦୁଇଟି ଡେଣା ଦିଆ ହେଲା।


ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା।


ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।


ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ପୁଣି ରାଜା, ବାରୂକ ଲେଖକଙ୍କୁ ଓ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲକୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍‍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।


ସେତେବେଳେ ଅଧିପତିମାନେ ବାରୂକକୁ କହିଲେ, “ତୁମ୍ଭେ ଓ ଯିରିମୀୟ ଯାଇ ଲୁଚ; ଆଉ, ତୁମ୍ଭେମାନେ କେଉଁଠାରେ ଅଛ, ଏହା କେହି ନ ଜାଣୁ।”


ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।


ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।


ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”


ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”


Swiv nou:

Piblisite


Piblisite