Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଆହାବ ଓବଦୀୟକୁ କହିଲେ, ଦେଶ ମଧ୍ୟ ଦେଇ ସବୁ ଜଳ-ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ଵ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟ ଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”

Gade chapit la Kopi

ପବିତ୍ର ବାଇବଲ

5 ଆହାବ ଓବଦିୟକୁ କହିଲେ, “ମୋ’ ସହିତ ଆସ, ଆସ ଯିବା ଏବଂ ଦେଶର ସବୁ ଝରଣା ଓ ନଦୀ କୂଳ ଦେଖିବା। ଆମ୍ଭେ ଯଦି ଆମ୍ଭର ଅଶ୍ୱଗୁଡ଼ିକ ଓ ଗଧମାନଙ୍କ ପାଇଁ ପ୍ରଚୁର ଘାସ ପାଇ ପାରିବା ତେବେ ଆମ୍ଭେ ଆମ୍ଭର ପଶୁମାନଙ୍କୁ ବଧ କରିବାକୁ ପଡ଼ିବ ନାହିଁ।”

Gade chapit la Kopi




1 ରାଜାବଳୀ 18:5
11 Referans Kwoze  

ପଶୁଗଣ କିପରି ଆର୍ତ୍ତସ୍ୱର କରନ୍ତି! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ଦଣ୍ଡ ପାଉଅଛନ୍ତି।


କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;


ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।


ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।


ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।


ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି।


ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite