Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ସେ କହିଲେ, ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ଖଣ୍ତ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ଯାଅ, ପର୍ବତ ଉପରେ ମୋ’ ସମ୍ମୁଖରେ ଛିଡ଼ା ହୁଅ। ମୁଁ ତୁମ୍ଭ ପାଖ ଦେଇ ଅତିକ୍ରମ କରିବି।” ତା'ପରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।

Gade chapit la Kopi




1 ରାଜାବଳୀ 19:11
31 Referans Kwoze  

ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।


ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।


ପୁଣି, ସଦାପ୍ରଭୁ ଆପଣା କ୍ରୋଧର ପ୍ରଚଣ୍ଡତା ଓ ସର୍ବଗ୍ରାସକ ଅଗ୍ନିଶିଖା, ତୋଫାନ, ଝଡ଼ ଓ ଶିଳାବୃଷ୍ଟି ଦ୍ୱାରା ଆପଣାର ପ୍ରତାପାନ୍ୱିତ ରବ ଶୁଣାଇବେ ଓ ଆପଣା ହସ୍ତର ଅବରୋହଣ ଦେଖାଇବେ।


ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,


ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”


ଏଥିରେ ମୋତେ ଯେପରି ଆଜ୍ଞା ଦିଆଯାଇଥିଲା, ତଦନୁସାରେ ମୁଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲି; ପୁଣି, ମୁଁ ପ୍ରଚାର କରୁ କରୁ ଏକ ଶବ୍ଦ ହେଲା ଓ ଦେଖ, ଭୂମିକମ୍ପ ହେଲା, ଆଉ ଅସ୍ଥିସକଳ ଏକତ୍ର ହୋଇ ପ୍ରତ୍ୟେକ ଅସ୍ଥି ଆପଣା ଅସ୍ଥିରେ ସଂଯୁକ୍ତ ହେଲା।


ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।


ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।


ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।


ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ୱର ଓ ବଜ୍ରଧ୍ୱନୀ ହେଲା, ପୁଣି, ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା।


ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା।


ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”


ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନ ଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି।


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।


ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।


ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।


Swiv nou:

Piblisite


Piblisite