Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ନିମ୍ଶିର ପୁତ୍ର ଯେହୂକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର।

Gade chapit la Kopi

ଓଡିଆ ବାଇବେଲ

16 ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।

Gade chapit la Kopi

ପବିତ୍ର ବାଇବଲ

16 ଆଉ ନି‌ମ୍‌ଶିର ପୁତ୍ର ଯେହୂକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର। ଆଉ ଆବେ‌‌ଲ୍‌‌ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ସ୍ଥାନରେ ଭବିଷ୍ୟ‌ଦ୍‌ବକ୍ତା ରୂପେ ଅଭିଷେକ କର।

Gade chapit la Kopi




1 ରାଜାବଳୀ 19:16
11 Referans Kwoze  

ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।


ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”


ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।”


ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।


ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।


ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।


ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ


ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍‍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।


ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।


Swiv nou:

Piblisite


Piblisite