Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 19:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ସେ ସେଠାସ୍ଥିତ ଏକ ଗହ୍ଵରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

9 ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କ’ଣ କରୁଅଛ ?”

Gade chapit la Kopi

ପବିତ୍ର ବାଇବଲ

9 ସେଠାରେ ଏଲିୟ ଏକ ଗହ୍ୱରରେ ରାତ୍ରି ଯାପନ କଲେ। ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ହେ ଏଲିୟ, ତୁମ୍ଭେ ଏଠାରେ କ’ଣ କରୁଛ?”

Gade chapit la Kopi




1 ରାଜାବଳୀ 19:9
9 Referans Kwoze  

ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”


ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?


“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”


ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”


ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।


ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।


ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ।


Swiv nou:

Piblisite


Piblisite