1 ରାଜାବଳୀ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’ Gade chapit laପବିତ୍ର ବାଇବଲ (Re-edited) - (BSI)4 ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ଯେବେ ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ। Gade chapit laଓଡିଆ ବାଇବେଲ4 ତହିଁରେ ସଦାପ୍ରଭୁ ମୋ’ ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।” Gade chapit laପବିତ୍ର ବାଇବଲ4 ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିୟମ ପାଳନ କରିବ, ତେବେ ସଦାପ୍ରଭୁ ମୋ’ ବିଷୟରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚୟ ହେବ। ସଦାପ୍ରଭୁ କହିଥିଲେ, ‘ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦେଇଥିବା ଆଜ୍ଞାନୁସାରେ ଜୀବନ ଧାରଣ କରିବେ, ତେବେ ଇସ୍ରାଏଲର ସିଂହାସନରେ ତୁମ୍ଭ ବଂଶରୁ ହିଁ ବସିବେ। ସଦାପ୍ରଭୁ ତାଙ୍କର ଏହି ବାକ୍ୟ ପୂରଣ କରିବେ।’” Gade chapit la |
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ‘ସେହିପରି ତୁମ୍ଭ ସନ୍ତାନମାନେ ଯେବେ ଆମ୍ଭ ବ୍ୟବସ୍ଥାନୁସାରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ସେହି ପ୍ରତିଜ୍ଞା ସଫଳ କର।’