Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ଵକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।

Gade chapit la Kopi

ଓଡିଆ ବାଇବେଲ

6 ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।

Gade chapit la Kopi

ପବିତ୍ର ବାଇବଲ

6 ମାତ୍ର ବର୍ତ୍ତମାନ ତୁମ୍ଭେ ରାଜା। ତେଣୁ ତୁମ୍ଭେ ଆପଣା ଜ୍ଞାନ ଅନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ବୃଦ୍ଧାବସ୍ଥାରେ ତାକୁ ଶାନ୍ତିରେ ମରିବାକୁ ଦିଅ ନାହିଁ।

Gade chapit la Kopi




1 ରାଜାବଳୀ 2:6
18 Referans Kwoze  

ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।”


ଆମ୍ଭର ପରମେଶ୍ୱର କହନ୍ତି, ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”


ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”


କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।


ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।


ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।


ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।


ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ।


ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି।


ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।


ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।


ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”


ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।


ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।


ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍‍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”


ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।


Swiv nou:

Piblisite


Piblisite