Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ତାହା ସମ୍ମୁଖରେ ପାପାଧମ-ସନ୍ତାନ ଦୁଇ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ଵରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।

Gade chapit la Kopi

ଓଡିଆ ବାଇବେଲ

10 ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।

Gade chapit la Kopi

ପବିତ୍ର ବାଇବଲ

10 ଦୁଇଜଣ ପାପଧମ ଲୋକଙ୍କୁ ଖୋଜ ଓ ସେମାନଙ୍କୁ ନାବୋତ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବାକୁ କୁହ। ସେମାନେ କହିବେ ଯେ, ସେମାନେ ଶୁଣିଲେ, ନାବୋତ ପରମେଶ୍ୱର ଓ ରାଜାଙ୍କୁ ଅଭିଶାପ ଦେଇଛନ୍ତି। ତା'ପରେ ତାକୁ ନଗର ବାହାରକୁ ନେଇ ପଥରମାରି ବଧ କର।”

Gade chapit la Kopi




1 ରାଜାବଳୀ 21:10
18 Referans Kwoze  

ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।


ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।


ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।


ଯେ କେତେକ ଦୁଷ୍ଟ ଲୋକ ତୁମ୍ଭ ମଧ୍ୟରୁ ବାହାରି, “ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ,” ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;


ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ।


ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”


“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;


ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍‍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍‍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।


ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”


ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।


ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।


ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ।


Swiv nou:

Piblisite


Piblisite