Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍‍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ?

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍‍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁନାହଁ ?”

Gade chapit la Kopi

ପବିତ୍ର ବାଇବଲ

5 ଆହାବଙ୍କ ପତ୍ନୀ ଈଷେବଲ ତାଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, “ତୁମ୍ଭେ କାହିଁକି ଏତେ ଦୁଃଖିତ ଓ କାହିଁକି ଭୋଜନ କରୁ ନାହଁ?”

Gade chapit la Kopi




1 ରାଜାବଳୀ 21:5
10 Referans Kwoze  

ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।


ଏଥିରେ ରାଜା ମୋତେ ପଚାରିଲେ, “ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ।” ତହିଁରେ ମୁଁ ଅତିଶୟ ଭୀତ ହେଲି।


ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍‍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।


ତହିଁରେ ଈଷେବଲ୍‍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।


ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।


ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”


Swiv nou:

Piblisite


Piblisite