Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର ମୁଁ ତ କ୍ଷୁଦ୍ର ବାଳକ; କିରୂପେ ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ଏବେ ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭେ ମୋ’ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ହେ ସଦାପ୍ରଭୁ ମୋର ପରମେଶ୍ୱର, ତୁମ୍ଭେ ମୋର ପିତା ଦାଉଦଙ୍କ ପଦରେ ଏହି ଦାସକୁ ରାଜା କରିଅଛ। କିନ୍ତୁ ମୁଁ ମାତ୍ର ଏକ ବାଳକ ଅଟେ। ମୁଁ ଲୋକମାନଙ୍କୁ ବାଟ ଦେଖାଇବା ପାଇଁ ଅନଭିଜ୍ଞ।

Gade chapit la Kopi




1 ରାଜାବଳୀ 3:7
21 Referans Kwoze  

ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।


ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”


ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”


ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।


ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।


ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;


ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”


ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।


ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;


ହେ ଦେଶ, ତୁମ୍ଭର ରାଜା ଯଦି ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।


ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।


ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।


ପୁଣି ସେ ସେମାନଙ୍କୁ କହିଲେ, “ଆଜି ମୋହର ବୟସ ଶହେ କୋଡ଼ିଏ ବର୍ଷ; ମୁଁ ଆଉ ବାହାରେ ଭିତରେ ଯାଇ ଆସି ପାରୁ ନାହିଁ, ଆଉ ସଦାପ୍ରଭୁ ମୋତେ କହିଅଛନ୍ତି, ‘ତୁମ୍ଭେ ଏହି ଯର୍ଦ୍ଦନ ପାର ହୋଇଯିବ ନାହିଁ।’


ଆଉ ଦାଉଦ କହିଲେ, “ମୋʼ ପୁତ୍ର ଶଲୋମନ ଅଳ୍ପ ବୟସ୍କ ଓ କୋମଳ, ପୁଣି, ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ସକାଶୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ୱିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି।” ଏହିପରି ଦାଉଦ ଆପଣା ମୃତ୍ୟୁୁ ପୂର୍ବେ ଅଧିକ ପ୍ରଚୁର ପରିମାଣରେ ରୂପେ ଆୟୋଜନ କଲେ।


ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;


ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।


ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


Swiv nou:

Piblisite


Piblisite