Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 “ଆପଣ ଜାଣନ୍ତି, ମୋʼ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରିଆଡ଼େ ଯୁଦ୍ଧ ଘେରିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆପଣ ଜାଣନ୍ତି, ମୋʼ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରି ଆଡ଼େ ଯୁଦ୍ଧ ଘେରିଥିଲା।

Gade chapit la Kopi

ଓଡିଆ ବାଇବେଲ

3 ଆପଣ ଜାଣନ୍ତି, ମୋ’ ପିତା ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରି ପାରିଲେ ନାହିଁ, କାରଣ ସଦାପ୍ରଭୁ (ଶତ୍ରୁମାନଙ୍କୁ) ତାଙ୍କର ପଦତଳସ୍ଥ କରିବା ପର୍ଯ୍ୟନ୍ତ ତାଙ୍କ ଚାରି ଆଡ଼େ ଯୁଦ୍ଧ ଘେରିଥିଲା।

Gade chapit la Kopi

ପବିତ୍ର ବାଇବଲ

3 “ଆପଣ ଜାଣନ୍ତି ମୋର ପିତା ଦାଉଦ ସଦାପ୍ରଭୁ ତାଙ୍କ ପରମେଶ୍ୱରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରି ପାରିଲେ ନାହିଁ। ସେ କରିବାକୁ ଅସମର୍ଥ ହେଲେ, କାରଣ ତାଙ୍କ ଚତୁର୍ଦ୍ଦିଗରେ ଘେରି ରହିଥିବା ଶତ୍ରୁମାନଙ୍କ ସହିତ ସେ ସର୍ବଦା ଯୁଦ୍ଧରେ ବ୍ୟସ୍ତ ଥିଲେ ଓ ସଦାପ୍ରଭୁ ଶତ୍ରୁଗଣଙ୍କୁ ତାଙ୍କ ହସ୍ତରେ ପରାସ୍ତ କରାଇବେ ବୋଲି ଅପେକ୍ଷା କରି ରହିଥିଲେ।

Gade chapit la Kopi




1 ରାଜାବଳୀ 5:3
17 Referans Kwoze  

ମାତ୍ର ପରମେଶ୍ୱର ମୋତେ କହିଲେ, ‘ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।’


ମାତ୍ର, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ‘ତୁମ୍ଭେ ଅଧିକ ପରିମାଣର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ଅଧିକ ପରିମାଣର ରକ୍ତପାତ କରିଅଛ।


କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।


ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।


ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;


ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, “ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ।” ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।


ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;


ତଥାପି ତୁମ୍ଭେ ସେହି ଗୃହ ନିର୍ମାଣ କରିବ ନାହିଁ; ମାତ୍ର, ତୁମ୍ଭ ଔରସଜାତ ତୁମ୍ଭ ପୁତ୍ର ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।’


ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, “ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।


ଗୋରୁ, ମେଷ, ଛେଳି, ହରିଣ, କୃଷ୍ଣସାର ମୃଗ, ବନଗୋରୁ, ବନଛାଗ, ଗବୟ, ବାହୁଟିଆ ହରିଣ ଓ ଚମୂରୁ,


ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।


ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆଗତ ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ ଏକ ଶହ ପଚାଶ ଲୋକ ମୋʼ ଭୋଜନାସନରେ ବସିଲେ।


ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।


Swiv nou:

Piblisite


Piblisite