Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେତେବେଳେ ହୂରମ୍‍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେତେବେଳେ ହୀରମ୍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

7 ସେତେବେଳେ ହୂରମ୍‍ ଶଲୋମନଙ୍କର ଏହି କଥା ଶୁଣନ୍ତେ, ଅତି ଆନନ୍ଦିତ ହୋଇ କହିଲା, “ସଦାପ୍ରଭୁ ଆଜି ଧନ୍ୟ ହେଉନ୍ତୁ, ସେ ଏହି ମହାଗୋଷ୍ଠୀ ଉପରେ ଦାଉଦଙ୍କୁ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

7 ଯେତେବେଳେ ହୀରମ୍ ଏହିକଥା ଶୁଣିଲେ ସେ ଅତ୍ୟନ୍ତ ଆନନ୍ଦିତ ହେଲେ ଓ କହିଲେ, “ମୁଁ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେଉଅଛି ଯେ, ସେ ମହାନ ଦେଶ ଉପରେ ଶାସନ କରିବାକୁ ଦାଉଦଙ୍କୁ ଏକ ଜ୍ଞାନବାନ୍ ପୁତ୍ର ଦେଇଛନ୍ତି।”

Gade chapit la Kopi




1 ରାଜାବଳୀ 5:7
17 Referans Kwoze  

କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ଧାର୍ମିକର ପିତା ଅତିଶୟ ଆନନ୍ଦ କରେ, ପୁଣି, ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହେତୁ ହୃଷ୍ଟ ହୁଏ।


ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତ ନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।


ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।


ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।


ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।


ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ।


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”


ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”


ଆଉ, ମଧ୍ୟ ରାଜା ଏପରି କହିଲେ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ସେ ଆଜି ମୋʼ ସିଂହାସନରେ ବସିବା ପାଇଁ ଜଣକୁ ଯୋଗାଇଲେ, ଏହା ହିଁ ମୋହର ଚକ୍ଷୁ ଦେଖିଲା।’”


ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”


ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”


ଏଉତ୍ତାରେ ହୂରମ୍‍ ଶଲୋମନଙ୍କ ନିକଟକୁ କହି ପଠାଇଲା, “ଆପଣ ମୋʼ ନିକଟକୁ ଯେଉଁ କଥା କହି ପଠାଇଲେ, ତାହା ମୁଁ ଶୁଣିଲି; ମୁଁ ଏରସ ଓ ଦେବଦାରୁ କାଷ୍ଠ ବିଷୟରେ ଆପଣଙ୍କର ସମସ୍ତ ବାଞ୍ଛା ସଫଳ କରିବି।


ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।


Swiv nou:

Piblisite


Piblisite