Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯେବେ ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।

Gade chapit la Kopi

ପବିତ୍ର ବାଇବଲ

12 “ତୁମ୍ଭେ ତ ଆମ୍ଭ ପାଇଁ ଗୃହ ନିର୍ମାଣ କଲ। ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ପରିଗ୍ଭଳିତ ହେବ, ଆମ୍ଭର ସମସ୍ତ ବ୍ୟବସ୍ଥା ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଗ୍ଭଲିବ ତେବେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ସେହି ବାକ୍ୟ ଆମ୍ଭେ ତୁମ୍ଭ ପ୍ରତି ସଫଳ କରିବୁ।

Gade chapit la Kopi




1 ରାଜାବଳୀ 6:12
16 Referans Kwoze  

ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି, ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନନ୍ତକାଳ ସ୍ଥାପନ କରିବା।’


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।


ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”


ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”


“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’


“ଯାଅ, ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ?


ଏଥିଉତ୍ତାରେ ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,


ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।


କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;


Swiv nou:

Piblisite


Piblisite