Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍‍, ମନ୍ଦିର ଓ ମହାପବିତ୍ର ସ୍ଥାନର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍, ମନ୍ଦିର ଓ ଗର୍ଭାଗାରର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍‍, ମନ୍ଦିର ଓ ମହା ପବିତ୍ର ସ୍ଥାନ ର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

5 ଶଲୋମନ ମନ୍ଦିରର ମୂଖ୍ୟ ପାର୍ଶ୍ୱରେ ଏକ ଧାଡ଼ିରେ କୋଠରୀ ନିର୍ମାଣ କଲେ। ଏହି କୋଠରୀଗୁଡ଼ିକ ଗୋଟିଏ ଉପରେ ଆଉ ଗୋଟିଏ ରହିଲା। ସେହି ଧାଡ଼ିର କୋଠରୀଗୁଡ଼ିକ ତିନି ମହଲା ଉଚ୍ଚ ଥିଲା।

Gade chapit la Kopi




1 ରାଜାବଳୀ 6:5
26 Referans Kwoze  

ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍‍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।


ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।


ପୁଣି ସେହି ସାଙ୍ଗୀ ଏତେ ଲମ୍ବ ଥିଲା ଯେ, ତହିଁର ଅଗ୍ରଭାଗ ଗର୍ଭାଗାର ସମ୍ମୁଖରେ ସିନ୍ଦୁକଠାରୁ ଦେଖାଗଲା; ମାତ୍ର ବାହାରକୁ ଦେଖାଗଲା ନାହିଁ; ଆଜି ପର୍ଯ୍ୟନ୍ତ ତାହା ସେହି ସ୍ଥାନରେ ଅଛି।


ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।


ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ


ଆଉ, ସେ ମହାପବିତ୍ର ସ୍ଥାନର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।


ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।


ସେମାନଙ୍କୁ ସଦାପ୍ରଭୁଙ୍କ ଗୃହରେ, ପରମେଶ୍ୱରଙ୍କ ଲୋକ ଯିଗ୍‍ଦଲୀୟର ପୁତ୍ର ହାନନ୍‍ର ପୁତ୍ରମାନଙ୍କର କୋଠରିକୁ ନେଇଗଲି, ସେହି କୋଠରି ଶଲ୍ଲୁମ୍‍ର ପୁତ୍ର ମାସେୟ ନାମକ ଦ୍ୱାରପାଳର କୋଠରି ଉପରେ, ଅଧିପତିଗଣର କୋଠରି ନିକଟରେ ଥିଲା;


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।


ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।


ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।


ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;


କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;


କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।


ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।


ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।


“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”


ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”


ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।


Swiv nou:

Piblisite


Piblisite