Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 8:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ‘ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କଲୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।

Gade chapit la Kopi

ଓଡିଆ ବାଇବେଲ

16 ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ମିସରରୁ ବାହାର କରି ଆଣିବା ଦିନାବଧି ଆମ୍ଭ ନାମ ସ୍ଥାପନାର୍ଥେ ଗୃହ ନିର୍ମାଣ କରିବା ପାଇଁ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ କୌଣସି ନଗର ମନୋନୀତ କରି ନାହୁଁ; ମାତ୍ର ଆମ୍ଭେ ଆପଣା ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦକୁ ମନୋନୀତ କଲୁ।”

Gade chapit la Kopi

ପବିତ୍ର ବାଇବଲ

16 ‘ଆମ୍ଭେ ଇସ୍ରାଏଲର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିବାଠାରୁ ଏପର୍ଯ୍ୟନ୍ତ କୌଣସି ସହରକୁ ଇସ୍ରାଏଲର ପରିବାରବର୍ଗରୁ ଆମ୍ଭର ନାମର ସମ୍ମାନାର୍ଥେ ମନ୍ଦିର ନିର୍ମାଣ କରିବାକୁ ମନୋନୀତ କଲୁ ନାହିଁ, କି ଆମ୍ଭର ଲୋକମାନଙ୍କର ନେତା ପାଇଁ ମନୋନୀତ କଲୁ ନାହିଁ। କିନ୍ତୁ ବର୍ତ୍ତମାନ ଆମ୍ଭେ ଯିରୁଶାଲମକୁ ମନୋନୀତ କରିଅଛୁ ଯେଉଁଠାରେ ଆମ୍ଭେ ସମ୍ମାନିତ ହେବା ଓ ଆମ୍ଭର ଲୋକମାନଙ୍କ ଉପରେ ଶାସନ କରିବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।’

Gade chapit la Kopi




1 ରାଜାବଳୀ 8:16
17 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;


ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।


ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।


ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।


ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’


ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”


ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।


Swiv nou:

Piblisite


Piblisite