Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱ ସ୍ଥାନକୁ, ଅର୍ଥାତ୍‍, ଗୃହର ମହାପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ଵସ୍ଥାନକୁ, ଅର୍ଥାତ୍, ଗୃହର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ ।

Gade chapit la Kopi

ଓଡିଆ ବାଇବେଲ

6 ଏଉତ୍ତାରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତାହାର ସ୍ୱସ୍ଥାନକୁ, ଅର୍ଥାତ୍‍, ଗୃହର ମହା ପବିତ୍ର ସ୍ଥାନ ମହାପବିତ୍ର ସ୍ଥାନସ୍ଥ କିରୂବମାନଙ୍କ ପକ୍ଷ ତଳକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

6 ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକକୁ ଯଥା ସ୍ଥାନରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।

Gade chapit la Kopi




1 ରାଜାବଳୀ 8:6
21 Referans Kwoze  

ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।


ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହାପବିତ୍ର ସ୍ଥାନ ପ୍ରସ୍ତୁତ କଲେ।


ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍‍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।


“ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।


ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।


ତହୁଁ ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତହିଁର ସ୍ଥାନକୁ, ଅର୍ଥାତ୍‍, ଗୃହର ଗର୍ଭାଗାର, ମହାପବିତ୍ର ସ୍ଥାନ, କିରୂବଦ୍ୱୟର ପକ୍ଷ ତଳକୁ ଆଣିଲେ।


ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।


ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।


ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସେ ସ୍ଥାନରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ।


ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।


ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍‍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।


ପୁଣି, ଇସ୍ରାଏଲର ପ୍ରାଚୀନ ସମସ୍ତେ ଉପସ୍ଥିତ ହୁଅନ୍ତେ, ଯାଜକମାନେ ସିନ୍ଦୁକ ଉଠାଇଲେ।


କାରଣ, କିରୂବମାନେ ସିନ୍ଦୁକର ସ୍ଥାନ ଉପରେ ଆପଣାମାନଙ୍କ ପକ୍ଷ ବିସ୍ତାର କରିଥିଲେ, ପୁଣି, କିରୂବମାନେ ସିନ୍ଦୁକ ଓ ତହିଁ ସାଙ୍ଗୀ ଉପର ଆଚ୍ଛାଦନ କରିଥିଲେ।


ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”


ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”


ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।


Swiv nou:

Piblisite


Piblisite