Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ‘ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ଶୀଶ୍ ଦେଇ କହିବେ, ସଦାପ୍ରଭୁ କିହେତୁ ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ?

Gade chapit la Kopi

ଓଡିଆ ବାଇବେଲ

8 ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ ?

Gade chapit la Kopi

ପବିତ୍ର ବାଇବଲ

8 ଏହି ମନ୍ଦିର ଧ୍ୱଂସ ହେବ। ପ୍ରତ୍ୟେକ ଲୋକ ଏହା ଦେଖି ଆଶ୍ଚର୍ଯ୍ୟ ହେବେ ଓ କହିବେ, ‘ସଦାପ୍ରଭୁ କାହିଁକି ଏହି ଭୂମି ଓ ଏହି ମନ୍ଦିର ପ୍ରତି ଏପରି ଭୟଙ୍କର କାର୍ଯ୍ୟ କଲେ?’

Gade chapit la Kopi




1 ରାଜାବଳୀ 9:8
22 Referans Kwoze  

ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ‘ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ?’


ଏହି କନୀୟ କି ତୁଚ୍ଛୀକୃତ ଭଗ୍ନ ପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।


ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।


ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ।


ପୁଣି, “ଇଦୋମ ବିସ୍ମୟର ବିଷୟ ହେବ; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହେବେ ଓ ତହିଁର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବେ।


ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।


ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।


ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।


ଆଉ, ତୁମ୍ଭେମାନେ ଯେତେବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର କାହିଁକି ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି,’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ।’”


ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ‘ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ?’


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।


ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଅଭିଶାପ ଓ ନିନ୍ଦାର ପାତ୍ର ହେବ।


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);


କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।


ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।


ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି?


Swiv nou:

Piblisite


Piblisite