Biblia Todo Logo
Bib sou entènèt

- Piblisite -




୧ ପିତର 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।

Gade chapit la Kopi

ପବିତ୍ର ବାଇବଲ

21 ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି।

Gade chapit la Kopi




୧ ପିତର 1:21
34 Referans Kwoze  

କିନ୍ତୁ ଈଶ୍ବର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ।


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


ଯୀଶୁ ଉଚ୍ଚସ୍ୱରରେ କହିଲେ, “ଯେ ମୋʼ ଠାରେ ବିଶ୍ୱାସ କରେ, ସେ କେବଳ ମୋʼ ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।


ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।


ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।


ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,


ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ,


ଅଣଯିହୁଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କଅଣ, ତାହା ଈଶ୍ବର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;


ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;


ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି।


କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।


ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ।


ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି,


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର।


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।


ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।


ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।”


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


ବିଲିୟାର୍‍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


Swiv nou:

Piblisite


Piblisite