Biblia Todo Logo
Bib sou entènèt

- Piblisite -




୧ ପିତର 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,

Gade chapit la Kopi

ଓଡିଆ ବାଇବେଲ

24 କାରଣ ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଶାସ୍ତ୍ରରେ ଲେଖାଅଛି: “ମନୁଷୃ ଜାତି ତୃଣ ସଦୃଶ, ସେମାନଙ୍କର ସମସ୍ତ ଐଶ୍ୱର୍ଯ୍ୟ ବନପୁଷ୍ପ ତୁଲ୍ୟ। ତୃଣ ଶୁଷ୍କ ହୁଏ, ପୁଷ୍ପ ଝଡ଼ି ପଡ଼େ,

Gade chapit la Kopi

ପବିତ୍ର ବାଇବଲ

24 ଶାସ୍ତ୍ର କୁହେ: “ସମସ୍ତ ମନୁଷ୍ୟ ନିତ୍ୟଜୀବୀ ନୁହନ୍ତି, ସେମାନେ ଘାସ ଭଳି, ସେମାନଙ୍କର ମହିମା ଏକ ବନ୍ୟଫୁଲ ଭଳି। ଘାସ ଶୁଖି ଯାଏ, ଫୁଲ ଝଡ଼ି ଯାଏ।

Gade chapit la Kopi




୧ ପିତର 1:24
15 Referans Kwoze  

ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।


କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।


କାରଣ ସେମାନେ ଘାସ ପରି ଶୀଘ୍ର କଟାଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।


ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।


ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ବରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।


ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;


ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।


ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।


ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।


ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


“ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?


Swiv nou:

Piblisite


Piblisite