Biblia Todo Logo
Bib sou entènèt

- Piblisite -




୧ ପିତର 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ାକରୁ, ବିମୁଖ ହୁଅ, ସେଗୁଡ଼ାକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।

Gade chapit la Kopi

ଓଡିଆ ବାଇବେଲ

11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ବନ୍ଧୁଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ତୁଲ୍ୟ। ତେଣୁ ଅନୁରୋଧ କରୁଛୁ, ତୁମ୍ଭେମାନେ ସର୍ବଦା ଆତ୍ମା ବିରୁଦ୍ଧରେ ଯୁଦ୍ଧ କରୁଥିବା ଶାରୀରିକ ଅଭିଳାଷର ବଶବର୍ତ୍ତୀ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ପ୍ରିୟ ମିତ୍ରଗଣ, ତୁମ୍ଭେମାନେ ଏହି ଜଗତରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂରରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧରେ ସଂଘର୍ଷ କରନ୍ତି।

Gade chapit la Kopi




୧ ପିତର 2:11
35 Referans Kwoze  

ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।


ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।


କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।


ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,


କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ବ୍ୟବସ୍ଥା ଦେଖେ, ତାହା ମୋହର ମନର ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ।


ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋʼ ଠାରୁ ଲୁଚାଅ ନାହିଁ।


ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।


ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।


ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ।


କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”


ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,


ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।


“ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି।”


ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;


କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।


ପୁଣି, ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ପ୍ରବାସ କଲେ।


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


Swiv nou:

Piblisite


Piblisite