Biblia Todo Logo
Bib sou entènèt

- Piblisite -




୧ ପିତର 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷରୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତିଣ? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ଵରଙ୍କ ନିକଟରେ ପ୍ରଶଂସାର ବିଷୟ।

Gade chapit la Kopi

ଓଡିଆ ବାଇବେଲ

20 ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କ'ଣ ସୁଖ୍ୟାତି ? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ୱରଙ୍କ ନିକଟରେ ପ୍ରଶଂସାର ବିଷୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତୁମ୍ଭେମାନେ ଦୋଷ କରି ଦଣ୍ଡଭୋଗ କଲେ, ଦେଥିରେ ପ୍ରଶଂସାର କି କାରଣ ଅଛି? ନ୍ୟାୟୋଚିତ କାର୍ଯ୍ୟ କଲେ ହିଁ ଯଦି ଶାସ୍ତି ଭୋଗ କର, ତେବେ ଈଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ଯଦି ତୁମ୍ଭେ ଭୁଲ୍ କରିଥିବାରୁ ଦଣ୍ଡିତ ହୁଅ, ତା'ହେଲେ ସେହି ଦଣ୍ଡ ସହିଥିଲ ବୋଲି ତୁମ୍ଭେ ପ୍ରଶଂସା ପାଇବାର କୌଣସି କାରଣ ନାହିଁ। କିନ୍ତୁ ତୁମ୍ଭେ ଯଦି ଭଲ କାମ କରି, ଯାତନା ସହି ଧୈର୍ଯ୍ୟବାନ ରୁହ, ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ।

Gade chapit la Kopi




୧ ପିତର 2:20
14 Referans Kwoze  

କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।


କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।


ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;


ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି।


ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?


ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ


ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ।


ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ; ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ,


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।


ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର;


କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍‍ଯୋଗୀ ହେବା ଭଲ।


Swiv nou:

Piblisite


Piblisite