Biblia Todo Logo
Bib sou entènèt

- Piblisite -




୧ ପିତର 3:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ଵର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;

Gade chapit la Kopi

ଓଡିଆ ବାଇବେଲ

20 ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ୱର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍‍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ନୋହ ଜାହାଜ ନିର୍ମାଣ କରିବା ସମୟରେ ଈଶ୍ୱର ଧୈର୍ଯ୍ୟର ସହିତ ଅପେକ୍ଷା କରୁଥିଲେ। ସେତେବେଳେ ଦେଉଁ ଲୋକମାନେ ଈଶ୍ୱରଙ୍କର ଅବୋଧ୍ୟ ହେଲେ, ଉପରୋକ୍ତ ଆତ୍ମାଗଣ ସେହିମାନଙ୍କର। ଯେଉଁ ଅଳ୍ପ କେତେ ଜଣ ସର୍ବମୋଟ ଆଠ ଜଣ ମାତ୍ର- ଜଳପ୍ଳାବନରୁ ରକ୍ଷା ପାଇଲେ,

Gade chapit la Kopi

ପବିତ୍ର ବାଇବଲ

20 ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ୱରଙ୍କ ଅବାଧ୍ୟ ହୋଇଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ଯ୍ୟନ୍ତ ପରମେଶ୍ୱର ଧୈର୍ଯ୍ୟ ସହିତ ଅପେକ୍ଷା କରୁଥିଲେ। ସେହି ଜାହାଜରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇ ପାରିଲେ।

Gade chapit la Kopi




୧ ପିତର 3:20
28 Referans Kwoze  

ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।


ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”


ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।


ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;


ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।


ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।


ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।


ପୁଣି, ଆମ୍ଭମାନଙ୍କ ପ୍ରଭୁଙ୍କର ଦୀର୍ଘସହିଷ୍ଣୁତା ତ୍ରାଣଜନକ ବୋଲି ଜ୍ଞାନ କର। ଆମ୍ଭମାନଙ୍କ ପ୍ରିୟ ଭ୍ରାତା ପାଉଲ ମଧ୍ୟ ଆପଣାକୁ ଦିଆଯାଇଥିବା ଜ୍ଞାନାନୁସାରେ ତୁମ୍ଭମାନଙ୍କ ନିକଟକୁ ସେପରି ଲେଖିଅଛନ୍ତି।


କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି,


“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,


ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ,


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।


ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;


ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।


Swiv nou:

Piblisite


Piblisite