Biblia Todo Logo
Bib sou entènèt

- Piblisite -




୧ ପିତର 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କାରଣ ଈଶ୍ଵରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ଵରଙ୍କ ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ !

Gade chapit la Kopi

ଓଡିଆ ବାଇବେଲ

17 କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ବିଚାର କାଳ ଆସନ୍ନ ଏବଂ ଈଶ୍ୱରଙ୍କ ଲୋକମାନେ ପ୍ରଥମେ ବିଚାରିତ ହେବେ। ଯଦି ଆମଠାରୁ ତାହା ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରରେ ବିଶ୍ୱାସ କରନ୍ତି ନାହିଁ, ସେମାନଙ୍କ ଶେଷ ଦଶା କ’ଣ ନ ହେବ?

Gade chapit la Kopi

ପବିତ୍ର ବାଇବଲ

17 ଏବେ ବିଗ୍ଭରର ସମୟ ଆସିଛି। ତାହା ପରମେଶ୍ୱରଙ୍କ ପରିବାରଠାରୁ ଆରମ୍ଭ ହେବ। ଯଦି ସେହି ବିଗ୍ଭର ଆମ୍ଭଠାରୁ ଆରମ୍ଭ ହୁଏ, ତାହାହେଲେ ଯେଉଁମାନେ ପରମେଶ୍ୱରଙ୍କ ସୁସମାଗ୍ଭର ଗ୍ରହଣ କରି ନାହାନ୍ତି, ସେମାନଙ୍କର କି ଅବସ୍ଥା ହେବ?

Gade chapit la Kopi




୧ ପିତର 4:17
26 Referans Kwoze  

କାରଣ ଦେଖ, ଆମ୍ଭେ ଆମ୍ଭ ନାମରେ ଖ୍ୟାତ ନଗର ପ୍ରତି ଅମଙ୍ଗଳ ଘଟାଇବାକୁ ଆରମ୍ଭ କରିଅଛୁ ଓ ତୁମ୍ଭେମାନେ କି ନିତାନ୍ତ ଅଦଣ୍ଡିତ ହେବ? ତୁମ୍ଭେମାନେ ଅଦଣ୍ଡିତ ହେବ ନାହିଁ, କାରଣ ଆମ୍ଭେ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଖଡ୍ଗ ଆହ୍ୱାନ କରିବା,’ ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ବୃଦ୍ଧ, ଯୁବା, କୁମାରୀ, ଶିଶୁ ଓ ସ୍ତ୍ରୀଲୋକ ସମସ୍ତଙ୍କୁ ନିଃଶେଷ ରୂପେ ବଧ କର; ମାତ୍ର ଯେଉଁମାନଙ୍କଠାରେ ଚିହ୍ନ ଅଛି, ସେମାନଙ୍କ ନିକଟକୁ ଯାଅ ନାହିଁ; ଆଉ, ଆମ୍ଭର ଧର୍ମଧାମଠାରୁ ଆରମ୍ଭ କର।” ତହିଁରେ ସେମାନେ ଗୃହର ସମ୍ମୁଖସ୍ଥିତ ପ୍ରାଚୀନଗଣଠାରୁ ଆରମ୍ଭ କଲେ।


ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।


ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,


କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?”


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।


ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,


ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ?


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।


କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।


ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


Swiv nou:

Piblisite


Piblisite