Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।

Gade chapit la Kopi

ଓଡିଆ ବାଇବେଲ

15 ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।

Gade chapit la Kopi

ପବିତ୍ର ବାଇବଲ

15 ହାନ୍ନା ଉତ୍ତର ଦେଲା, “ନା, ମୋର ମହାଶୟ, ମୁଁ ଜଣେ ଦୁଃଖିନୀ ସ୍ତ୍ରୀ, ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ। ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ଆପଣାର ପ୍ରାଣ ବେଦନା ଢାଳୁଥିଲି।

Gade chapit la Kopi




1 ଶାମୁୟେଲ 1:15
12 Referans Kwoze  

ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]


ଉଠ, ରାତ୍ରିରେ, ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର; ପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳ ପରି ଢାଳିଦିଅ; ତୁମ୍ଭର ବାଳକ ବାଳିକାଗଣର ପ୍ରାଣରକ୍ଷାର୍ଥେ ତାହାଙ୍କ ଛାମୁରେ କୃତାଞ୍ଜଳି ହୁଅ, ସେମାନେ ପ୍ରତ୍ୟେକ ସଡ଼କର ମୁଣ୍ଡରେ କ୍ଷୁଧାରେ କ୍ଳାନ୍ତ ହେଉଅଛନ୍ତି।


ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।


ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା]


କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।


ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।


ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।


ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହି ଦିନ ଉପବାସ କରି ସେହିଠାରେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।” ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।


ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।


ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।


Swiv nou:

Piblisite


Piblisite