Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ତାହାର ସ୍ଵାମୀ ଇଲ୍‍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ। ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।

Gade chapit la Kopi

ଓଡିଆ ବାଇବେଲ

23 ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ। ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।

Gade chapit la Kopi

ପବିତ୍ର ବାଇବଲ

23 ତା'ପରେ ତା'ର ସ୍ୱାମୀ ଇ‌ଲ୍‌କାନା ତାକୁ କହିଲା, “ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଏଠାରେ ରୁହ। ସଦାପ୍ରଭୁ ତାଙ୍କର ବାକ୍ୟ ପୂର୍ଣ୍ଣ କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଗୃହରେ ରହିଲା ଓ ପିଲାର ଦେଖାଗ୍ଭହାଁ କଲା।

Gade chapit la Kopi




1 ଶାମୁୟେଲ 1:23
12 Referans Kwoze  

ଏବେ ହେ ସଦାପ୍ରଭୋ, ପରମେଶ୍ୱର, ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ ବାକ୍ୟ କହିଅଛ, ତାହା ଅନନ୍ତକାଳ ପର୍ଯ୍ୟନ୍ତ ଦୃଢ଼ କର ଓ ଯେପରି କହିଅଛ, ସେପରି କର।


ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ।


ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,


ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’


ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।


ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”


ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।


ଏଉତ୍ତାରେ ଶାଉଲ କହିଲେ, “ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ।” ତହିଁରେ ସେମାନେ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ,” ତାହାସବୁ କର। ତେବେ ଯାଜକ କହିଲା, “ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ।”


ଏଥିରେ ଶାଉଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ତୁମ୍ଭେମାନେ ଏକ ପାଖରେ ଥାଅ, ପୁଣି, ମୁଁ ଓ ମୋର ପୁତ୍ର ଯୋନାଥନ ଅନ୍ୟ ପାଖରେ ଥିବା।” ତହିଁରେ ଲୋକମାନେ ଶାଉଲଙ୍କୁ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା କର।”


ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”


Swiv nou:

Piblisite


Piblisite