Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ତାହାର ସ୍ଵାମୀ ଇଲ୍‍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?

Gade chapit la Kopi

ଓଡିଆ ବାଇବେଲ

8 ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ ? କାହିଁକି ଖାଉ ନାହଁ ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି ? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ ?

Gade chapit la Kopi

ପବିତ୍ର ବାଇବଲ

8 ତା'ର ସ୍ୱାମୀ ଇ‌ଲ୍‌କାନା ପଗ୍ଭରୁ ଥିଲେ, “ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହିଁକି କିଛି ଖାଉ ନାହଁ? ତୁମ୍ଭେ କାହିଁକି ଦୁଃଖିତ। ମୁଁ ତୁମ୍ଭର ସ୍ୱାମୀ, ତୁମ୍ଭେ ଭାବିବା ଉଚିତ୍ ଯେ ମୁଁ ତୁମ୍ଭ ପାଇଁ ତୁମ୍ଭର ଦଶ ଜଣ ପୁତ୍ର ପାଇବା ସକ୍ଷମ।”

Gade chapit la Kopi




1 ଶାମୁୟେଲ 1:8
11 Referans Kwoze  

ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”


କାରଣ ତୁମ୍ଭ ପରମେଶ୍ୱର କହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।


କ୍ଷୀଣ ହେବାକୁ ଉଦ୍ୟତ ଲୋକ ପ୍ରତି, ମଧ୍ୟ ସର୍ବଶକ୍ତିମାନଙ୍କ ଭୟତ୍ୟାଗୀ ଲୋକ ପ୍ରତି ବନ୍ଧୁଠାରୁ ଦୟା ପ୍ରକାଶିତ ହେବା ଉଚିତ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।


ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି।


ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ।


ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।


“ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର, କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।


ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”


ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।


Swiv nou:

Piblisite


Piblisite