Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ଵର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

26 ଶାଉଲ ମଧ୍ୟ ଗିବିୟାରେ ଥିବା ତାଙ୍କ ଘରକୁ ଫେରିଲେ। କେତେକ ସାହସୀ ବ୍ୟକ୍ତି ଯେଉଁମାନଙ୍କ ହୃଦୟ ପରମେଶ୍ୱର ସ୍ପର୍ଶ କରିଥିଲେ, ସେମାନେ ଶାଉଲଙ୍କୁ ଅନୁସରଣ କଲେ।

Gade chapit la Kopi




1 ଶାମୁୟେଲ 10:26
12 Referans Kwoze  

ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।


ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।


ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ୍‍; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ୍-ସନ୍ତାନଗଣର ଏହି ଅଧିକାର।


ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,


ପୁଣି, ତାହାଙ୍କ ସମସ୍ତ କ୍ଲେଶରୁ ତାହାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ।


ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି; ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।


ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”


ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।


ସେତେବେଳେ ଯିହୁଦାର ଓ ବିନ୍ୟାମୀନ୍‍ର ପିତୃବଂଶୀୟ ପ୍ରଧାନମାନେ, ଆଉ ଯାଜକମାନେ ଓ ଲେବୀୟମାନେ, ଅର୍ଥାତ୍‍, ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣାର୍ଥେ ଯାତ୍ରା କରିବା ପାଇଁ ପରମେଶ୍ୱର ଯେଉଁ ସମସ୍ତଙ୍କ ମନକୁ ଉଦ୍ଦୀପିତ କଲେ, ସେମାନେ ଉଠିଲେ।


ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।


ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।


Swiv nou:

Piblisite


Piblisite