Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ତୁମ୍ଭେ ପରମେଶ୍ଵରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିବେ;

Gade chapit la Kopi

ଓଡିଆ ବାଇବେଲ

5 ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ତୁମ୍ଭେମାନେ ଗିବିୟୋଥ ଓ ଲୋହିମକୁ ଯିବ। ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତେବେଳେ ତୁମ୍ଭେ ସହରର ପ୍ରବେଶ ଦ୍ୱାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରୁ ଦଳେ ଯାଜକ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସୁଥିବାର ଦେଖିବ।

Gade chapit la Kopi




1 ଶାମୁୟେଲ 10:5
27 Referans Kwoze  

ତଥାପି ଏବେ ମୋʼ ନିକଟକୁ ଏକ ବାଦ୍ୟକର ଆଣ।” ତହୁଁ ବାଦ୍ୟକର ଆସି ବାଦ୍ୟ ବଜାନ୍ତେ, ସଦାପ୍ରଭୁଙ୍କ ହସ୍ତ ଇଲୀଶାୟଙ୍କ ଉପରେ ଅବସ୍ଥାନ କଲା।


ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”


ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।


ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”


ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”


ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।


ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥିନିମନ୍ତେ ଏକାନ୍ତ ଚେଷ୍ଟା କର।


ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।


ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।


ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍‍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍‍, ବନାୟ, ଓବେଦ୍‍-ଇଦୋମ ଓ ଯିୟୀୟେଲ୍‍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;


ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।


ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।


ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍‍ଗଲ୍‍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”


ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;


ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।


ପୁଣି, ଶାଉଲ ଆପଣା ପାଇଁ ଇସ୍ରାଏଲ ମଧ୍ୟରୁ ତିନି ହଜାର ଲୋକ ମନୋନୀତ କଲେ; ଏମାନଙ୍କର ଦୁଇ ହଜାର ମିକ୍‍ମସ୍‍ରେ ଓ ବେଥେଲ୍‍ ପର୍ବତରେ ଶାଉଲଙ୍କ ସଙ୍ଗରେ ରହିଲେ, ଆଉ ଏକ ହଜାର ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଯୋନାଥନ ସଙ୍ଗରେ ରହିଲେ; ପୁଣି, ଅବଶିଷ୍ଟ ଲୋକମାନଙ୍କର ପ୍ରତ୍ୟେକକୁ ସେ ଆପଣା ଆପଣା ତମ୍ବୁକୁ ବିଦାୟ କଲେ।


ପୁଣି, ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କର ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।


ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।


ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।


ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।


Swiv nou:

Piblisite


Piblisite