Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ଅମ୍ମୋନୀୟ ନାହଶ୍ ସେମାନଙ୍କୁ ଉତ୍ତର କଲା, ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ଵାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।

Gade chapit la Kopi

ପବିତ୍ର ବାଇବଲ

2 ଅମ୍ମୋନୀୟ ନାହଶ ତାଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣଚକ୍ଷୁ ଉପୁଡ଼ା ଗଲେ ମୁଁ ତା'ପରେ ନିୟମ ସ୍ଥିର କରିବି। ତଦ୍ଦ୍ୱାରା ସମସ୍ତ ଇସ୍ରାଏଲୀୟ ଲଜ୍ଜିତ ହେବେ।”

Gade chapit la Kopi




1 ଶାମୁୟେଲ 11:2
11 Referans Kwoze  

ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”


ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”


“ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।


ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।


ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।


ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।


ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।


ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।


ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’


ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।


ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍‍କୁ) କହିଲେ, “କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ।”


Swiv nou:

Piblisite


Piblisite