Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

24 କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

24 କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କ ସେବା କର, କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ବଡ଼ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛନ୍ତି।

Gade chapit la Kopi




1 ଶାମୁୟେଲ 12:24
17 Referans Kwoze  

ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।


ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।


ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛବୋଧ କରନ୍ତି।


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ। କଫ୍‍।


ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।


ସଦାପ୍ରଭୁ ହୋରେବରେ ଇସ୍ରାଏଲ-ସନ୍ତାନଗଣ ସହିତ ଯେଉଁ ନିୟମ କରିଥିଲେ, ତାହା ଛଡ଼ା ମୋୟାବ ଦେଶରେ ସେମାନଙ୍କ ସହିତ ଯେଉଁ ନିୟମ କରିବାକୁ ମୋଶାଙ୍କୁ ଆଜ୍ଞା ଦେଲେ, ସେହି ନିୟମର କଥା ଏହି।


ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,


ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”


Swiv nou:

Piblisite


Piblisite